ଢେଙ୍କାନାଳ: ମଧ୍ୟାହ୍ନ ଭୋଜନ ଖାଇ ୩୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ । ଢେଙ୍କାନାଳ ଜିଲ୍ଲା କାମାକ୍ଷା ନଗର ବ୍ଲକ ସୋଗର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ଆଜି ୩୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି । ତେବେ ସମସ୍ତଙ୍କୁ ନିକଟସ୍ଥ ଅଁଳାବେରେଣୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୩୪୫ଜଣ ଛାତ୍ରଛାତ୍ରୀ ପଢନ୍ତି । ଶୁକ୍ରବାର ୨୬୪ ଜଣ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇଥିଲେ । ଏହା ପରେ ସେମାନେ ଅସୁସ୍ଥ ହୋଇପଡିଥିଲେ ।
ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ 30ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ - ଢେଙ୍କାନାଳ ମଧ୍ୟାହ୍ନ ଭୋଜନ
ଢେଙ୍କାନାଳ ଜିଲ୍ଲା କାମାକ୍ଷା ନଗର ବ୍ଲକ ସୋଗର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୩୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି | ଅଧିକ ପଢନ୍ତୁ
ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ
ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଦାୟିତ୍ବ ଗାଁ ର ମହିମା ସ୍ଵଂୟ ସହାୟକ ଗୋଷ୍ଠୀ ନେଇଥିବା ବେଳେ, ମଧ୍ୟାହ୍ନ ଭୋଜନରେ ସୋୟା ବଡ଼ି ତରକାରୀ ହୋଇଥିଲା । ତେବେ ଏହି ବଡ଼ିରେ ପୋକ ରହିଥିଲା ବୋଲି ପିଲା କହିଛନ୍ତି, ପ୍ରତ୍ୟେକ ଦିନ ମଧ୍ୟାହ୍ନ ଭୋଜନ ଅତି ନିମ୍ନମାନର ହେଉଥିବା ପ୍ରଧାନ ଶିକ୍ଷୟିତ୍ରୀ ଅଭିଯୋଗ କରିଛନ୍ତି । ବର୍ତ୍ତମାନ ସମସ୍ତଙ୍କ ସ୍ବାସ୍ଥ୍ୟବସ୍ଥା ଠିକ ଥିବାବେଳେ, ସମ୍ପୃକ୍ତ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅଭିଭାବକ ଦାବି କରିଛନ୍ତି ।
ଇଟିଭି ଭାରତ, ଢେଙ୍କାନାଳ