ଖୋର୍ଦ୍ଧା: ଦୁର୍ଗା ଚରଣ ଚିଲିକା ମହାବିଦ୍ୟାଳୟ ଯୁକ୍ତ ଦୁଇ କଲେଜରେ ପରୀକ୍ଷା ଅନଲାଇନ ଅଥବା ବାତିଲ ଦାବିରେ ଆଜି କଲେଜର ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଛାତ୍ରଛାତ୍ରୀ ଟାଙ୍ଗି ପୂର୍ତ୍ତ ବିଭାଗ ଗୋଲେଇ ଛକ ନିକଟରେ ରାସ୍ତା ଅବରୋଧ କରି ନିଷ୍ପତ୍ତି ପ୍ରତ୍ୟାହାର କରିବା ସହ ଅନଲାଇନରେ ପରୀକ୍ଷା କରିବା ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।
ଅଫଲାଇନ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ, ପ୍ରଶାସନର ହସ୍ତକ୍ଷେପ ପରେ ଯାତାୟତ ସ୍ବାଭାବିକ - student protest in khurda
ଦୁର୍ଗା ଚରଣ ଚିଲିକା ମହାବିଦ୍ୟାଳୟ ଯୁକ୍ତ ଦୁଇ କଲେଜରେ ଅଫ ଲାଇନ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ । ଅଧିକ ପଢନ୍ତୁ...
ଅଫଲାଇନ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ, ପ୍ରଶାସନର ହସ୍ତକ୍ଷେପ ପରେ ଯାତାୟତ ସ୍ବାଭାବିକ
ମାଟ୍ରିକ ପରୀକ୍ଷା ବାତିଲ ଢାଞ୍ଚାରେ ନିୟମ ଲାଗୁ କରିବାକୁ ଦାବି କରିଛି ଛାତ୍ର ସଂଗଠନ । ଏହି ଆନ୍ଦୋଳନରେ ଦୀର୍ଘ ସମୟ ପର୍ଯ୍ୟନ୍ତ ରାସ୍ତା ଅବରୋଧ କରି ବସିରହି ବିକ୍ଷୋଭ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଥିବା ବେଳେ ସାଧାରଣ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ପରେ ପ୍ରଶାସନିକ ଅଧିକାରୀ ପହଞ୍ଚି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ପରେ ଛାତ୍ରଛାତ୍ରୀ ଆନ୍ଦୋଳନରୁ ଓହରିଥିବା ସୂଚନା ରହିଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ