ଗଜପତି: ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତରେ ଆସିଥିବା 5T ସଚିବ ଭିକେ ପାଣ୍ଡିଆନ୍ ବୁଧବାର ସକାଳୁ ଜିଲ୍ଲାର ବିଭିନ୍ନ ସ୍ଥାନ ବୁଲିଛନ୍ତି । ଜିରାଙ୍ଗସ୍ଥିତ ବୌଦ୍ଧ ମନ୍ଦିରରେ ଦର୍ଶନ କରିବା ସହ କିଛି ସମୟ ପାଇଁ ଧ୍ୟାନ କରିଥିଲେ 5T ସଚିବ । ଏହାପରେ ଛେଳିଗଡ ଜଳସେଚନ ପ୍ରକଳ୍ପ କାର୍ଯ୍ୟର ତଦାରଖ କରିବା ସହ ଅନ୍ୟାନ୍ୟ ଉନ୍ନୟମୂଳକ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ । 5T ସଚିବଙ୍କ ସହ ସାକ୍ଷାତ କରି ବିଭିନ୍ନ ପ୍ରକଳ୍ପ ସଂପର୍କରେ ଆଲୋଚନା କରି ବେଶ୍ ଖୁସି ପ୍ରକାଶ କରିଛନ୍ତି ସ୍ଥାନୀୟ କାଉନସିଲର । ଏହାପରେ ସେ ଭୁବନେଶ୍ବର ଫେରି ଯାଇଥିଲେ । 5T ସଚିବଙ୍କ ଗସ୍ତ ସଫଳତାର ଶେଷ ହୋଇଛି ଏବଂ ତାଙ୍କ ଗସ୍ତ ସମୟରେ ଅନୁଧ୍ୟାନ କରିଥିବା ପ୍ରକଳ୍ପ ନିର୍ମ।ଣ ପାଇଁ ଅତିଶୀଘ୍ର ପାଣ୍ଠି ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶୃତି ଦେଇଥିବା ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା କହିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୨ ଦିନିଆ ଗଜପତି ଗସ୍ତରେ ଆସିଥିଲେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ଟିମ । ଟିମରେ ଥିଲେ 5T ସଚିବ ଭିକେ ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରୀଷ୍ଣା ଓ ଭିଭି ଯାଦବ । ଦ୍ଵିତୀୟ ଦିନରେ ଆଜି ଏହି ଟିମ୍ ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରିଛନ୍ତି । ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟିମ ଆଜି ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି । ପ୍ରକଳ୍ପ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଏକ୍ସପ୍ରେସ ୱେ-୨ର ନିର୍ମାଣ ପାଇଁ ପାହାଡ କାଟି ଟନେଲ୍ ଜରିଆରେ ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ଯାହାକି ଦକ୍ଷିଣ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଏବେ ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟିମ୍ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି । ଛେଳିଗଡ ଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି । ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ୍ ଖୋଳାଯାଇଛି । ଏହାଦ୍ବାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ । ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ । ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ଏହାଦ୍ବାରା ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ । ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍ ମିଟର (1 Cumecs) ପାଣି ମିଳିପାରିବ । ଏହା ସହିତ ଗଜପତି ଜିଲ୍ଲାର ଶିଆଳିଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ ।