ଓଡିଶା

odisha

ETV Bharat / state

ଗଜପତିକୁ ମୁଖ୍ୟମନ୍ତ୍ରୀଙ୍କ ଦଶହରା ଭେଟି, ୮୨୦ କୋଟି ମୂଲ୍ୟ ପ୍ରକଳ୍ପର କଲେ ଉଦଘାଟନ - ୮୨୦ କୋଟି ପ୍ରକଳ୍ପ

ଗଜପତି ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହିତ ୮୨୦ କୋଟି ଟଙ୍କାର ପ୍ରକଳ୍ପର ମଧ୍ୟ ଉଦଘାଟନ କରିଛନ୍ତି । ଅଧିକ ପଢନ୍ତୁ...

ଗଜପତିକୁ ମୁଖ୍ୟମନ୍ତ୍ରୀଙ୍କ ଦଶହରା ଭେଟି, ୮୨୦ କୋଟି ପ୍ରକଳ୍ପର କଲେ ଉଦଘାଟନ
ଗଜପତିକୁ ମୁଖ୍ୟମନ୍ତ୍ରୀଙ୍କ ଦଶହରା ଭେଟି, ୮୨୦ କୋଟି ପ୍ରକଳ୍ପର କଲେ ଉଦଘାଟନଗଜପତିକୁ ମୁଖ୍ୟମନ୍ତ୍ରୀଙ୍କ ଦଶହରା ଭେଟି, ୮୨୦ କୋଟି ପ୍ରକଳ୍ପର କଲେ ଉଦଘାଟନ

By

Published : Oct 4, 2021, 12:34 PM IST

Updated : Oct 4, 2021, 5:36 PM IST

ଗଜପତି: ଆଜି(ସୋମବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାକୁ ଗସ୍ତ କରିଛନ୍ତି । ଜିଲ୍ଲାରେ ପ୍ରାୟ ୯୬ ହଜାର ହିତାଧିକାରୀଙ୍କୁ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହାସହିତ ଜିଲ୍ଲାରେ 820 କୋଟି ଟଙ୍କା ପ୍ରକଳ୍ପର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାର ୧.୩୫ ଲକ୍ଷ ତଥା ୯୦ ପ୍ରତିଶତ ଲୋକ ଏହି ସୁବିଧା ପାଇବେ ।

ଗଜପତିକୁ ମୁଖ୍ୟମନ୍ତ୍ରୀଙ୍କ ଦଶହରା ଭେଟି, ୮୨୦ କୋଟି ମୂଲ୍ୟ ପ୍ରକଳ୍ପର କଲେ ଉଦଘାଟନ

ସକାଳ ୧୧ଟା ବେଳେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମରେ ପହଞ୍ଚି ସେଠାରେ ଆୟୋଜିତ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ କେତେକ ହିତାଧିକାରୀଙ୍କୁ ସ୍ଵାସ୍ଥ୍ୟକାର୍ଡ ବାଣ୍ଟିବା ସହ ୮୨୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରି ମଧ୍ୟାହ୍ନ ୧୨ଟାରେ ଫେରିଯାଇଥିଲେ ମୁଖ୍ୟମନ୍ତ୍ରୀ ।

ଗଜପତିକୁ ମୁଖ୍ୟମନ୍ତ୍ରୀଙ୍କ ଦଶହରା ଭେଟି, ୮୨୦ କୋଟି ମୂଲ୍ୟ ପ୍ରକଳ୍ପର କଲେ ଉଦଘାଟନ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗଜପତି ଜିଲ୍ଲା ସହ ବିଜୁ ବାବୁଙ୍କ ସଂପର୍କ ବିଷୟରେ ସମସ୍ତେ ଜାଣନ୍ତି । ତେଣୁ ଏହି ଜିଲ୍ଲା ତାଙ୍କ ପାଇଁ ସ୍ବତନ୍ତ୍ର ଗୁରୁତ୍ବ ବହନ କରେ । ଏଥିପାଇଁ ଗଜପତିରେ ସ୍ମାର୍ଟ ହେଲ୍‌ଥ କାର୍ଡ ଆରମ୍ଭ କରି ସେ ବହୁତ ଖୁସି ବୋଲି କହିଛନ୍ତି । ଏହାସହିତ ଗଜପତି ହେଉଛି କଳା ଓ ସସ୍ଖୃତିର ଭୂମି । ଛୋଟିଆ ଜିଲ୍ଲା ହେଲେ ମଧ୍ୟ ଆଧୁନିକ ଓଡ଼ିଶା ପାଇଁ ଗଜପତିର ଅବଦାନ ବହୁତ ବେଶୀ । ଏହି ଅବସରରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ଅବଦାନକୁ ଏ ଜାତି କେବେ ଭୁଲି ପାରିବ ନାହିଁ । ସେ ଥିଲେ ବିକାଶ ଓ ସ୍ବାଭିମାନର ପ୍ରତୀକ ।

ସେହିପରି କବି ଗୋପାଳ କୃଷ୍ଣ ପଟ୍ଟନାୟକ ତଥା ବିଶିଷ୍ଟ ଇତିହାସକାର ଡ. ସତ୍ୟନାରାୟଣ ରାଜଗୁରୁଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଗଜପତି ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ରାସ୍ତାଘାଟ, ଶିକ୍ଷା, ସ୍ବାସ୍ଥ୍ୟ ଭିତ୍ତିଭୂମି ସହିତ ମେଗା ପାଇପ ପାଣି ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି । ଏହା ସହିତ ମହେନ୍ଦଗିରି ତୀର୍ଥର ବିକାଶ ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି । ପିଲାଙ୍କ ପାଠପଢା ବନ୍ଦ କରନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା - ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ, ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଛନ୍ତି ।

ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟ ସରକାରଙ୍କ ଏକ ଫ୍ଲାଗ ସିପ୍‌ କାର୍ଯ୍ୟକ୍ରମ । ଅଗଷ୍ଟ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଏହାର ଶୁଭାରମ୍ଭ କରିଥିଲେ । ଏହାପରେ ସୁନ୍ଦରଗଡ, ବଲାଙ୍ଗୀରରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରିବା ପରେ ଆଜି ଗଜପତିରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ସାଂସଦ ଚନ୍ଦ୍ରଶେଖର ସାହୁ ଓ ବିଧାୟକଗଣ ଯୋଗ ଦେଇଥିଲେ ।

ଗଜପତିରୁ ହରିହର ପଟ୍ଟନାୟକ ଓ ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Oct 4, 2021, 5:36 PM IST

ABOUT THE AUTHOR

...view details