ଗଜପତି:ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା । ଏହି ରହସ୍ୟଜନକ ମୃତ୍ୟୁ ଘଟଣା ଉପରୁ ଦୀର୍ଘ ୮୫ ଦିନ ପରେ ହଟିଛି ପରଦା । ସୌମ୍ୟଙ୍କ ମୃତ୍ୟୁ କେବଳ ଏକ ଦୁର୍ଘଟଣା ବୋଲି ସ୍ପଷ୍ଟ କରିଛି ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ । ମାତ୍ର ସୌମ୍ୟଙ୍କ ଦେହରେ ନିଆଁ ଲାଗିଥିବାବେଳେ ପତ୍ନୀ ବିଦ୍ୟାଭାରତୀ ନିଆଁ ଲିଭାଇବାକୁ ଚେଷ୍ଟା ନ କରିଥିବା ନେଇ ତାଙ୍କ ବିରୁଦ୍ଧରେ କ୍ରାଇମବ୍ରାଞ୍ଚ ୩୦୦ ପୃଷ୍ଠାର ଏକ ଚାର୍ଜସିଟ୍ ପାରଳାଖେମୁଣ୍ଡି କୋର୍ଟରେ ଦାଖଲ କରିଛି । ଏଥିସହ ଏତଲାରେ ଅନ୍ୟ ଦୁଇ ଜଣଙ୍କ ବିରୁଦ୍ଧରେ ଆସିଥିବା ଅଭିଯୋଗ ବାବଦରେ କୌଣସି ପ୍ରମାଣ ନଥିବା ସ୍ପଷ୍ଟ କରିଛି କ୍ରାଇମବ୍ରାଞ୍ଚ ।
ଗତ ଜୁଲାଇ ୧୨ ତାରିଖ ଦିନ ରାତ୍ରି ସମୟରେ କିଛି କାଗଜପତ୍ର ପୋଡିବା ବେଳେ ସୌମ୍ୟରଞ୍ଜନଙ୍କ ଦୁର୍ଘଟଣାବଶତଃ ଶରୀରରେ ନିଆଁ ଲାଗି ଯାଇଥିଲା । କିନ୍ତୁ ଏହି ଅଘଟଣ ଘଟୁଥିବା ସମୟରେ ସେଠାରେ ଉପସ୍ଥିତ ଥିବା ପତ୍ନୀ ବିଦ୍ୟାଭାରତୀ ସୌମ୍ୟଙ୍କୁ ରକ୍ଷା କରିବା ପାଇଁ କୌଣସି ପଦକ୍ଷେପ ନେଇନଥିଲେ । ଯାହାଫଳରେ ତାଙ୍କ ଶରୀରର ପ୍ରାୟ ୯୫ ପ୍ରତିଶତ ଭାଗ ପୋଡି ହୋଇଯାଇଥିଲା ଏବଂ ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିଲେ ସୌମ୍ୟ ।