ଓଡିଶା

odisha

ETV Bharat / state

ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୧ତମ ଜୟନ୍ତୀ ପାଳିତ - କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜନ୍ମଜୟନ୍ତୀ ନ୍ୟୁଜ

ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ତଥା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୧ତମ ଜନ୍ମଜୟନ୍ତୀ ପାଳିତ । ଅଧିକ ପଢନ୍ତୁ

ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୧ ତମ ଜନ୍ମଜୟନ୍ତୀ ପାଳିତ
ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୧ ତମ ଜନ୍ମଜୟନ୍ତୀ ପାଳିତ

By

Published : Apr 26, 2022, 9:42 PM IST

ଗଜପତି: ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ, ଅଗ୍ରପୂଜ୍ୟ, ଚୀର-ସ୍ମରଣୀୟ, ଅମ୍ଳାନ ବ୍ୟକ୍ତିତ୍ୱ, ଓଡ଼ିଆ ସ୍ବାଭିମାନି ମହାପୁରୁଷ ତଥା ସମସ୍ତ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ବାକ୍ଷର ବହନ କରୁଥିବା ଉତ୍କଳ ପୁରୁଷ ତଥା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୧ତମ ଜନ୍ମଜୟନ୍ତୀ । ତାଙ୍କ ପବିତ୍ର ଜନ୍ମ ମାଟି ପାରଳାଖେମୁଣ୍ଡି ଠାରେ ଆଜି(ମଙ୍ଗଳବାର) ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଉତ୍କଳ ସମ୍ମିଳନୀ ପକ୍ଷରୁ ମହାରାଜଙ୍କ ଜନ୍ମଜୟନ୍ତୀ ପାଳିତ ହୋଇଛି ।

ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୧ତମ ଜୟନ୍ତୀ ପାଳିତ

ଏହି ଅବସରରେ ବଜାର ଛକ ଠାରେ ଥିବା ପାରଳା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ସୁଶ୍ରୀ ମହାରାଣୀ କଲ୍ଯାଣୀ ଦେବୀ ଗଜପତି ନାରାୟଣ ଦେବ, ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପୁଷ୍ପମାଲ୍ୟ ଓ ପୁଷ୍ପ ଦେଇ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହିପରି ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ସମାଧୀ ପୀଠ ଠାରେ ମଧ୍ୟ ସୁଶ୍ରୀ ମହାରାଣୀ କଲ୍ଯାଣୀ ଦେବୀଙ୍କ ସମେତ, ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଓ ଜିଲ୍ଲା ଉତ୍କଳ ସମ୍ମିଳନୀର ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଓ ବିଶିଷ୍ଟ ବ୍ୟକ୍ତି ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ

ABOUT THE AUTHOR

...view details