ଗଜପତି: ସଡକ ଦୁର୍ଘଟଣା ନେଲା ଜୀବନ । 2 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 3 ଜଣ ଆହତ ହୋଇଛନ୍ତି । ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ୍ରେ ଭର୍ତ୍ତି କରାଯାଇଛି । ମୃତକମାନେ ହେଲେ ଦମାଦୁଆ ଗାଁର ସିନୁ ନାୟକ ଓ ଛେଳିଗଡ଼ ଗାଁର ରେଗେନ ବୀର।
ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା , ୨ ମୃତ - ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା
ସଡକ ଦୁର୍ଘଟଣାରେ 2 ମୃତ, 3 ଗୁରୁତର । ପୋଲିସର ତଦନ୍ତ ଜାରି । ଅଧିକ ପଢନ୍ତୁ...

ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା , ୨ମୃତ
ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା , ୨ମୃତ
ସୂଚନା ଅନୁସାରେ, ଗଜପତି ଜିଲ୍ଲା ଦମାଦୁଆ ଗାଁ ନିକଟରେ ଆଶ୍ବାନ ବୀର ଓ ରେଗେନ ବୀର ଛେଳିଗଡ଼ ଗାଁରୁ ଦମାଦୁଆ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଆଉ ଏକ ବାଇକ ସହିତ ସେମାନଙ୍କ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ରେଗେନଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଆହତଙ୍କୁ ଉଦ୍ଧାର କରି ମୋହନା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ସିନୁଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ତିନି ଗୁରୁତରଙ୍କୁ ସେଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। ଅଡ଼ବା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।
ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ