ବ୍ରହ୍ମପୁର:ସ୍ମାର୍ଟ ହେଉଛି ସ୍ବାସ୍ଥ୍ୟ ସେବା । ସ୍ବାସ୍ଥ୍ୟ କ୍ଷେତ୍ରକୁ ସୃଦୁଢ କରିବାକୁ ଅଣ୍ଟା ବିଢିଛନ୍ତି ରାଜ୍ୟ ସରକାର । ଏ ନେଇ ରାଜ୍ୟରେ ସ୍ମାର୍ଟ ହେଲଥ କାର୍ଡର(smart health card) ଶୁଭାରମ୍ଭ ହୋଇଛି । ଅନେକ ଜିଲ୍ଲାରେ ଲୋକଙ୍କୁ ସ୍ମାର୍ଟ ହେଲଥ କାର୍ଡ ବିତରଣ ଜାରି ରହିଛି । ଆଜି(ରବିବାର) ଗଞ୍ଜାମରେ ଶୁଭାରମ୍ଭ ହେବ ବିଜୁ ସ୍ମାର୍ଟ ହେଲଥ କାର୍ଡ (Biju Swasthya Kakyan Yojana) । ଗଞ୍ଜାମ ଜିଲ୍ଲା ଗସ୍ତ କରି ସ୍ମାର୍ଟ ସ୍ବାସ୍ଥ୍ୟସେବାରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) । ଏନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।
ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ସହିତ ଏହି ସ୍ମାର୍ଟ ସ୍ବାସ୍ଥ୍ୟସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ଦ୍ବାରା ଏହି ସ୍ମାର୍ଟ କାର୍ଡ ଲୋକଙ୍କୁ ସ୍ମାର୍ଟ ସହାୟତା ପ୍ରଦାନ କରିବ । ପୂର୍ବାହ୍ନ ସାଢେ ୧୦ଟାରେ ତାରାତାରିଣୀଙ୍କ ପୀଠରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ସେଠାରେ ମାଆଙ୍କୁ ଦର୍ଶନ କରି ଆୟୋଜିତ କାର୍ଯ୍ୟକ୍ରମକୁ ଯାଇ ହିତାଧୀକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବେ । ଏହାପରେ ଡିଡିଟାଲ ପ୍ଲାର୍ଟଫର୍ମ ଜରିଆରେ ଗଞ୍ଜାମ ଜିଲ୍ଲା ପାଇଁ ୨୨୮୧.୨୭ କୋଟି ଟଙ୍କାର ୧୨୯୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହାପରେ ପଞ୍ଚାୟତରାଜ ପ୍ରତିନିଧିମାନଙ୍କ ସହ ଏକ ଆଲୋଚନା କରିବେ । ଏହାପରେ ହିଞ୍ଜିଳିରେ ମହିଳା ସଂଘ ଗୁଡିକୁ ୧୦୦କୋଟି ଟଙ୍କାର ବ୍ୟାଙ୍କ ଋଣ ବଣ୍ଟନ କରିବେ ।
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କରାଯିବ। ଏହି ଅବସରରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ନବ କିଶୋର ଦାଶ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବ୍ରହ୍ମପୁରର ସାଂସଦ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁରର ବିଧାୟକ ବିକ୍ରମ କୁମାର ପଣ୍ଡା , ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମେତ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ରହିବେ । ମୁଖ୍ୟମନ୍ତ୍ରୀଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।