ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକ ଅନ୍ତର୍ଗତ ସିଙ୍ଗିପୁର ସେବା ସମବାୟ ସମିତିରେ କାଳିଆ ଯୋଜନାରେ ଅର୍ଥ ହଡପ । ହିତାଧିକାରୀଙ୍କ ବଦଳରେ ଅନ୍ୟ ଜଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରି ହେରଫେର କରାଯାଇଥିବା ନେଇ ହୋଇଛି ସଙ୍ଗୀନ ଅଭିଯୋଗ ।
ଉକ୍ତ ମାମଲାରେ ଅଭିଯୋଗକାରୀଙ୍କ ପକ୍ଷରୁ ବିକ୍ଷୋଭ କରାଯାଇଥିବା ବେଳେ ଘଟଣାକୁ ଗଞ୍ଜାମ ଜିଲ୍ଲାପାଳ ଗୁରୁତର ସହ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏଭଳି ଗୁରୁତର ଅଭିଯୋଗ ଆସିଥିବା ସମ୍ପୃକ୍ତ ସେବା ସମବାୟ ସମିତିର ସମ୍ପାଦକଙ୍କୁ ନିଲମ୍ବନ କରିଛନ୍ତି ।ଏବଂ ଡାଟା ଏଣ୍ଟ୍ରି ଅପରେଟରଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।