ବ୍ରହ୍ମପୁର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସଲଗ୍ନ ଏବଂ ତାମିଲନାଡୁ ଉତ୍ତର ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ଏହି କ୍ରମରେ ଗତ ଦୁଇ ଦିନ ଧରି ଗଞ୍ଜାମ ଜିଲ୍ଲାରେ ବର୍ଷା ଲାଗି ରହିଛି । ଏଥି ଯୋଗୁଁ ବିଭିନ୍ନ ଅଞ୍ଚଳରେ ପାଣି ଜମିବା ସହ ଯାତାୟତ ବାଧାପ୍ରାପ୍ତ ହୋଇଛି ।
ବର୍ଷାରେ ବେହାଲ ଗଞ୍ଜାମ, ଆଜି ସମସ୍ତ ସ୍କୁଲ ବନ୍ଦ - ଗଞ୍ଜାମରେ ଲଗାଣ ବର୍ଷା
ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଗୁରୁବାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ।
ଫଟୋ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର
ଲଘୁଚାପଜନିତ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ଗୁରୁବାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି । ଏନେଇ ସମସ୍ତ ଇଲୋକ୍ଟ୍ରୋନିକ ଡିପାର୍ଟମେଣ୍ଟର ଅଧିକାରୀଙ୍କୁ ନେଇ ବୈଠକ ହୋଇଥିବାବେଳେ ବିଭିନ୍ନ ତଳିଆ ଅଞ୍ଚଳକୁ ସତର୍କ ସୂଚନା ଜାରି କରାଯାଇଛି ।
ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ