ଓଡିଶା

odisha

ETV Bharat / state

ଉଦଘାଟିତ ହେଲା ଗଞ୍ଜାମ ଲୋକକଳା ମହୋତ୍ସବ - ganjam lokakala mohostchav news

ଉଦଘାଟିତ ହୋଇଯାଇଛି ଗଞ୍ଜାମ ଲୋକକଳା ମହୋତ୍ସବ ୨୦୧୯ । ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଷ୍ଟାଡିୟମ ପରିସରରେ ଆୟୋଜିତ  ଏହି ଉତ୍ସବର ଉଦଘାଟନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ରୂପେ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ  ଯୋଗ ଦେଇଥିଲେ ।

ganjam lokakala uthsav
ଫଟୋ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

By

Published : Dec 5, 2019, 1:50 PM IST

ବ୍ରହ୍ମପୁର: ଉଦଘାଟିତ ହୋଇଯାଇଛି ଗଞ୍ଜାମ ଲୋକକଳା ମହୋତ୍ସବ ୨୦୧୯ । ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଷ୍ଟାଡିୟମ ପରିସରରେ ଆୟୋଜିତ ଏହି ଉତ୍ସବର ଉଦଘାଟନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ରୂପେ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗ ଦେଇଥିଲେ ।

ସମ୍ମାନୀତ ଅତିଥି ରୂପେ ଗୋପାଳପୁର ବିଧାୟକ ଡ.ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା , ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ପ୍ରମୁଖ ମଞ୍ଚାସୀନ ରହିଥିଲେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ତେବେ ଗଞ୍ଜାମ ଜିଲ୍ଲାର ନରେନ୍ଦ୍ରପୁର ଅଞ୍ଚଳର ଯୋଡି ଶଙ୍ଖନୃତ୍ୟରୁ ଆରମ୍ଭ ହୋଇଥିଲା ମହୋତ୍ସବ । ପରେ ସ୍ଥାନୀୟ କଳାକାରଙ୍କ ରଣପା ନୃତ୍ୟ, ଘଣ୍ଟ ମୃଦଙ୍ଗ ନୃତ୍ୟ, ସମ୍ବଲପୁରୀ ନୃତ୍ୟ ପରିବେଷଣ ପରେ ପୁରୀ ସତ୍ୟବାଦୀରୁ ଆସିଥିବା କଳାକାରମାନେ ଗୋଟିପୁଅ ନୃତ୍ୟ ପରିବେଷଣ କରିଥିଲେ ।

ଶେଷରେ ରାଜଧାନୀରୁ ଆସିଥିବା କଳାକାରମାନେ ଓଡିଶୀ ନୃତ୍ୟ ପରିବେଷଣ ପରେ ବାବା ଶେଗଲଙ୍କ ସଙ୍ଗୀତ ପରିବେଷଣ ଅତ୍ୟନ୍ତ ଆକର୍ଷଣ ରହିଥିଲା । ଗଞ୍ଜାମ ଜିଲ୍ଲା ପ୍ରଶାସନର ଉଦ୍ୟମ କ୍ରମେ ଦ୍ବିତୀୟ ଥର ପାଇଁ ଏଭଳି ଲୋକକଳା ମହୋତ୍ସବ ଆୟୋଜନ ହେଉଛି । କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସିର୍ଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରମୁଖଙ୍କ ସମେତ ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ABOUT THE AUTHOR

...view details