ଓଡିଶା

odisha

ETV Bharat / state

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା, ଅଭିଯୁକ୍ତ ଫେରାର

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଦେଓଗାଁର ମୁଖ୍ଯ ସଡକ ଉପରେ ଯୁବକକୁ ମରଣାନ୍ତକ ଆକ୍ରମଣ । କିନ୍ତୁ ପରେ ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ପୂର୍ବ ଶତ୍ରୁତାକୁ ନେଇ ଏହି ଘଟଣା ଘଟିଥିବା ଜଣାପଡ଼ିଛି । ଅଧିକ ପଢନ୍ତୁ...

By

Published : Aug 10, 2021, 2:04 PM IST

ପୂର୍ବ ଶତୃତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ,  ଅଭିଯୁକ୍ତ ଫେରାର
ପୂର୍ବ ଶତୃତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଫେରାର

ଭଞ୍ଜନଗର: ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଦେଓଗାଁର ମୁଖ୍ଯ ସଡକ ଉପରେ ଆଜି(ମଙ୍ଗଳବାର) ଏକ ଯୁବକକୁ ମରଣାନ୍ତକ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଗୁରୁତର ଆହତ ହୋଇଥିବା ଦେଓଗାଁ ଗ୍ରାମର ଜିତେନ୍ଦ୍ର ସ୍ବାଇଁ ନାମକ ଯୁବକକୁ ପ୍ରଥମେ ପୋଲସରା ମେଡିକାଲ ଓ ପରେ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ହେଲେ ଶେଷରେ ଯୁବକଙ୍କ ହସ୍ପିଟାଲରେ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି ।

ପୂର୍ବ ଶତୃତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଫେରାର

ତେବେ କିଛି ଦୁର୍ବୃତ୍ତ ଏହି ଆକ୍ରମଣ କରି ଫେରାର ହୋଇଯାଇଥିବାବେଳେ ପୂର୍ବ ଶତ୍ରୁତାକୁ ନେଇ ଏହି ଘଟଣା ଘଟିଥିବା ଜଣାପଡ଼ିଛି । ଏନେଇ କବିସୂର୍ଯ୍ୟନଗର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଭଞ୍ଜନଗରରୁ ରଞ୍ଜନ ସ୍ବାଇଁ, ଇଟିଭି ଭାରତ

ABOUT THE AUTHOR

...view details