ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲାରେ ଶୁଭାରମ୍ଭ ହୋଇଛି ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ । ଜିଲ୍ଲାର ବିକାଶର ଗାଡି ଆଗକୁ ଗଡିବ । ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା ଅନୁଦାନ ରାଶି । ଏହା ଜିଲ୍ଲାର ୧୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ୨୨ ବ୍ଳକରେ ଶୁଭାରମ୍ଭ ହୋଇଛି । ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରର ଦ୍ୱାରା ଗାଁ ଗାଁରେ ପହଞ୍ଚିବ ବିକାଶ ।
ସୂଚନା ଯୋଗ୍ୟ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଦ୍ୱାରା ପ୍ରାୟ ୫୦୦ରୁ ଊର୍ଦ୍ଧ୍ବ ପଞ୍ଚାୟତରେ ୫୭୦୬ ଗୋଟି ପ୍ରକଳ୍ପରେ ଖର୍ଚ୍ଚ ହେବ ପ୍ରାୟ ୨୫୦ କୋଟି ୫୦ ଲକ୍ଷ ଟଙ୍କା । ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ୫ଟି ଅଧ୍ୟକ୍ଷଙ୍କ ଉପସ୍ଥିତରେ ଶୁଭାରମ୍ଭ କରାଯାଇଥିଲା । ଗଞ୍ଜାମ ଜିଲ୍ଲାର ଗୋପାଳପୁର ନିର୍ବାଚନ ମଣ୍ଡଳୀର ରଙ୍ଗେଇଲୁଣ୍ଡା ବ୍ଲକର କନିଷି ଠାରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଅତିଥି ଭାବେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଦେଇଥିଲେ ।
ଏହି ଅବସରରେ ଜିଲ୍ଲାର ୧୨ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ୨୨ଟି ବ୍ଲକରେ ଏଭଳି କାର୍ଯ୍ୟକ୍ରମ ହୋଇଥିଲା । ଭିଡ଼ିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ଜିଲ୍ଲାର ଗୋପାଳପୁର ନିର୍ବାଚନ ମଣ୍ଡଳୀର ରଙ୍ଗେଇଲୁଣ୍ଡା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ନିମନ୍ତେ ଅର୍ଥ ମଞ୍ଜୁର କରାଯାଇଛି । ଏହି କାର୍ଯ୍ୟକ୍ରମ ଦ୍ୱାରା ପ୍ରତେକ ପଞ୍ଚାୟତର ସାମଗ୍ରୀକ ଉନ୍ନତି ନିମନ୍ତେ ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିବା ସୂଚନା ଦେଇଥିଲେ ।