ଓଡିଶା

odisha

ETV Bharat / state

ଗଞ୍ଜାମରେ 2ୟ ଦିନରେ ତ୍ରିସ୍ତରୀୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରାର୍ଥୀ - ଗଞ୍ଜାମରେ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରୁଛନ୍ତି ପ୍ରାର୍ଥୀ। ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ନିର୍ବାଚନ ପାଇଁ ଦ୍ବିତୀୟ ଦିନରେ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅଧିକ ପଢ଼ନ୍ତୁ

nomination for panchayat election in ganjam
ଗଞ୍ଜାମରେ 2ୟ ଦିନରେ ତ୍ରିସ୍ତରୀୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରାର୍ଥୀ

By

Published : Jan 19, 2022, 8:26 AM IST

ବ୍ରହ୍ମପୁର:ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରୁଛନ୍ତି ପ୍ରାର୍ଥୀ । ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ନିର୍ବାଚନ ପାଇଁ ଦ୍ବିତୀୟ ଦିନରେ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଦ୍ବିତୀୟ ଦିନରେ ୱାର୍ଡ ମେମ୍ବରଙ୍କ ଠାରୁ ଆରମ୍ଭ କରି ସରପଞ୍ଚ, ସମିତିସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଇଛି ।

ଗଞ୍ଜାମରେ 2ୟ ଦିନରେ ତ୍ରିସ୍ତରୀୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରାର୍ଥୀ

ଗଞ୍ଜାମ ଜିଲ୍ଲାରେ ମୋଟ ୬୯ଟି ଜିଲ୍ଲା ପରିଷଦ ଜୋନ ସମେତ ସମୁଦାୟ ୫୦୩ଟି ଗ୍ରାମ ପଞ୍ଚାୟତର ସରପଞ୍ଚ ପଦବୀ ରହିଛି। ସେହିଭଳି ୭୦୯୯ଟି ୱାର୍ଡ ମେମ୍ବର ପଦବୀ ପାଇଁ ମୋଟ ୮୭୩ ଜଣ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେଥି ମଧ୍ୟରୁ ତିନି ଜଣ ଜିଲ୍ଲା ପରିଷଦ ସଭ୍ୟ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାପଡ଼ିଛି। ୮୧ ଜଣ ସରପଞ୍ଚ, ୩୭ଜଣ ସମିତି ସଭ୍ୟ ଏବଂ ୭୫୨ ଜଣ ୱାର୍ଡ ମେମ୍ବର ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିଥିବା ଜିଲ୍ଲା ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ପ୍ରଥମ ଦିନରେ ମୋଟ ୩୬୯ ଜଣ ପାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେଥି ମଧ୍ୟରୁ ତିନି ଜଣ ଜିଲ୍ଲା ପରିଷଦ ସଭ୍ୟ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୧୮ ଜଣ ସରପଞ୍ଚ, ୯ଜଣ ସମିତି ସଭ୍ୟ ଏବଂ ୩୩୯ ଜଣ ୱାର୍ଡ ମେମ୍ବର ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିଥିଲେ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ABOUT THE AUTHOR

...view details