ଓଡିଶା

odisha

ETV Bharat / state

ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପକୁ ବିରୋଧ, ସ୍କୁଲରେ ତାଲା ପକାଇଲେ ଛାତ୍ରଛାତ୍ରୀ - students locked school in buguda

ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରି ବୁଗୁଡା ବ୍ଲକ ବେଲପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା । ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ ।

ସ୍କୁଲରେ ତାଲା ପକାଇଲେ ଛାତ୍ରଛାତ୍ରୀ

By

Published : Nov 18, 2019, 7:08 PM IST

ଭଞ୍ଜନଗର: ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରି ବୁଗୁଡା ବ୍ଲକ ବେଲପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା । ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ । ତେବେ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ ଖବର ପାଇ ବୁଗୁଡା ପୋଲିସ ପହଞ୍ଚି ତାଲା ଖୋଲିଥିଲା ।

ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପକୁ ବିରୋଧ, ସ୍କୁଲରେ ତାଲା ପକାଇଲେ ଛାତ୍ରଛାତ୍ରୀ

ମଧ୍ୟାହ୍ନ ଭୋଜନରେ ଅନିୟମିତତା, ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନହେବା ତଥା ପିଲାଙ୍କ ପ୍ରତି ଖରାପ ବ୍ୟବହାର ପ୍ରଦର୍ଶନ କରିବା ଆଦିକୁ ନେଇ ସୋମବାର ଆନ୍ଦୋଳନ କରାଯାଇଥିବା ସୂଚନା ମିଳିଛି । ସେପଟେ ସମସ୍ୟାର ସମାଧାନ ପାଇଁ ବୁରୁଡା ବିଇଓ ଓ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ସ୍କୁଲ କମିଟି ସହ ଆଲୋଚନା କରିଛନ୍ତି ।

ଭଞ୍ଜନଗରରୁ ରଞ୍ଜନ ସ୍ବାଇଁ, ଇଟିଭି ଭାରତ

ABOUT THE AUTHOR

...view details