ଓଡିଶା

odisha

ETV Bharat / state

ବ୍ରହ୍ମପୁରରେ 150 ଶଯ୍ୟା ବିଶିଷ୍ଟ 2ଟି କୋଭିଡ ହସ୍ପିଟାଲ ଉଦଘାଟିତ - Two 150-bed covid hospitals have been inaugurated in Berhampur

ବ୍ରହ୍ମପୁରରେ ଉଦଘାଟିତ ହେଲା 2ଟି କୋଭିଡ ହସ୍ପିଟାଲ । 150 ଶଯ୍ୟା ବିଶିଷ୍ଟ ଏହି 2ଟି ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି । ଅଧିକ ପଢନ୍ତୁ...

Two 150-bed covid hospitals have been inaugurated in Berhampur
ବ୍ରହ୍ମପୁରରେ 150 ଶଯ୍ୟା ବିଶିଷ୍ଟ 2ଟି କୋଭିଡ ହସ୍ପିଟାଲ ଉଦଘାଟିତ

By

Published : Aug 1, 2020, 7:46 PM IST

ଭୁବନେଶ୍ବର: ବ୍ରହ୍ମପୁରରେ ଉଦଘାଟିତ ହେଲା 2ଟି କୋଭିଡ ହସ୍ପିଟାଲ । 150 ଶଯ୍ୟା ବିଶିଷ୍ଟ ଏହି 2ଟି ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଞ୍ଜାମ ଜିଲ୍ଲାରେ କୋରୋନା ସଂକ୍ରମଣ ହାର କ୍ରମାଗତ ଭାବରେ କମୁଛି ।

ବ୍ରହ୍ମପୁରରେ 150 ଶଯ୍ୟା ବିଶିଷ୍ଟ 2ଟି କୋଭିଡ ହସ୍ପିଟାଲ ଉଦଘାଟିତ

ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି ଏବଂ ଜିଲ୍ଲାର ୮୫ ପ୍ରତିଶତ ଗ୍ରାମାଞ୍ଚଳ ସବୁଜ ଅଞ୍ଚଳରେ ରହିଛି । କିନ୍ତୁ ଯେ ପର୍ଯ୍ୟନ୍ତ ଟୀକା ବା ନିର୍ଦ୍ଦିଷ୍ଟ ଚିକିତ୍ସା ପଦ୍ଧତି ନବାହାରିଛି ଏହି ମହାମାରୀ ବିରୁଦ୍ଧରେ ଫଳପ୍ରଦ ଲଢେଇର ଏକମାତ୍ର ଉପାୟ ହେଉଛି ମାସ୍କର ବ୍ୟବହାର, ସାମାଜିକ ଦୂରତ୍ବ ଓ ସରକାରଙ୍କ କୋଭିଡ ନିୟମାବଳୀର ପାଳନ । ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆତ୍ମସନ୍ତୋଷର କୌଣସି ସ୍ଥାନ ନାହିଁ । ଜନସାଧାରଣ କୋଭିଡ ନିୟମାବଳୀକୁ ହାଲକା ଭାବରେ ନନେଇ ଏହାର ଗୁରୁତ୍ବକୁ ଭଲ ଭାବରେ ବୁଝନ୍ତୁ । ନିଜର ଏବଂ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ସବୁ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

ବ୍ରହ୍ମପୁରରେ 150 ଶଯ୍ୟା ବିଶିଷ୍ଟ 2ଟି କୋଭିଡ ହସ୍ପିଟାଲ ଉଦଘାଟିତ
ବ୍ରହ୍ମପୁରରେ 150 ଶଯ୍ୟା ବିଶିଷ୍ଟ 2ଟି କୋଭିଡ ହସ୍ପିଟାଲ ଉଦଘାଟିତ

ସେହିପରି ଗହଳିକୁ ନଯିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନଲକ୍-1 ପରେ ଦେଶର ହଟସ୍ପଟ ଅଞ୍ଚଳରୁ ଆମର ଭାଇଭଉଣୀମାନେ ଘରକୁ ଫେରିଛନ୍ତି । ଆମର କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ, ନିଷ୍ଠା ଏବଂ ଗଞ୍ଜାମର ଜନସାଧାରଣଙ୍କର ସହଯୋଗ ଯୋଗୁ ଗଞ୍ଜାମ ଜିଲ୍ଲା ଏହି ମହାମାରୀ ବିରୁଦ୍ଧରେ ସଫଳତାର ସହ ଲଢେଇ ଜାରି ରଖିଛି । ଏଥିପାଇଁ ଜିଲ୍ଲା ପ୍ରଶାସନକୁ ଏବଂ ଗଞ୍ଜାମର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ ମୁଖ୍ୟମନ୍ତ୍ରୀ । କୋରୋନା ମହାମାରୀ କବଳରୁ ଲୋକମାନଙ୍କ ଜୀବନ ରକ୍ଷା ନିମନ୍ତେ ସରକାର ସବୁ ପ୍ରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟର ପ୍ରତିବଦ୍ଧତା ପ୍ରକାଶ କରିଥିଲେ ।

ବ୍ରହ୍ମପୁରରେ 150 ଶଯ୍ୟା ବିଶିଷ୍ଟ 2ଟି କୋଭିଡ ହସ୍ପିଟାଲ ଉଦଘାଟିତ

ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସାମାଜିକ ଦୂରତ୍ବ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଗୁରୁତ୍ବ ଦେଇଥିଲେ । ବ୍ରହ୍ମପୁରର ଏହି ଦୁଇଟି ହସ୍ପିଟାଲ ଜିଲ୍ଲାର ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାରେ ସହାୟକ ହେବ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଶା ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁରର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ପ୍ରମୁଖ ସାମିଲ ହୋଇଥିଲେ । ସେହିପରି କାର୍ଯ୍ୟକ୍ରମର ଗଞ୍ଜାମ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ । ବ୍ରହ୍ମପୁର ମ୍ୟୁନିସିପାଲ କମିଶନର ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ଅତିରିକ୍ତ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ 5'ଟି' ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

ବ୍ରହ୍ମପୁରରେ 150 ଶଯ୍ୟା ବିଶିଷ୍ଟ 2ଟି କୋଭିଡ ହସ୍ପିଟାଲ ଉଦଘାଟିତ

ସୂଚନାଯୋଗ୍ୟ ଯେ ବ୍ରହ୍ମପୁରର କନିଷି ଠାରେ ଥିବା ଅମିତ୍‌ ହସ୍ପିଟାଲରେ କଟକର ଅଶ୍ବିନୀ ହସ୍ପିଟାଲ ପକ୍ଷରୁ ଏହି ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ସ୍ଥାପନ କରାଯାଇଥିବା ବେଳେ ଏଥିରେ ୨୪ଟି ଆଇସିୟୁ ବେଡ୍ ରହିଛି । ସେହିପରି ଏମକେସିଜି ହସ୍ପିଟାଲର ଶିଶୁ ୱାର୍ଡରେ ନୂଆ କୋଭିଡ ହସ୍ପିଟାଲ ଆରମ୍ଭ କରାଯାଇଛି । ଏଥିରେ ମଧ୍ୟ ୧୫୦ଟି ଶଯ୍ୟା ରହିଛି ଏବଂ ୨୪ଟି ଆଇସିୟୁ ବେଡ୍ ଅଛି । ପୂର୍ବରୁ ବ୍ରହ୍ମପୁରର ଶିତଳାପଲ୍ଲୀଠାରେ ଟାଟା କୋଭିଡ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି ।

ପ୍ରକାଶ ଥାଉ କି, ଗଞ୍ଜାମ ଜିଲ୍ଲାରେ ଏଯାବତ୍ 10 ହଜାର 672 ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ 7 ହଜାର 342 ଜଣ ସୁସ୍ଥ ହୋଇଛନ୍ତି । ଏଥିସହ 3ହଜାର 225ଟି ମାମଲା ସକ୍ରିୟ ରହିଥିବା ବେଳେ 99 ଜଣଙ୍କ ମୃତ୍ୟୁ ଘଟିଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ ଓ ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ABOUT THE AUTHOR

...view details