ବ୍ରହ୍ମପୁର:ଦୁର୍ନୀତି ନିବାରଣ ସଚେତନତା ସପ୍ତାହରେ ଧରାପଡିଲେ ଦୁର୍ନୀତିରେ ଲିପ୍ତ ସରକାରୀ ଅଧିକାରୀ । ଚାରି ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ମହିଳା କନିଷ୍ଠ ଯନ୍ତ୍ରୀ । ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ(ଜେଇ) ସାଗରିକା ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଛି । ଜଣେ ଅଭିଯୋଗକାରୀଙ୍କ ପୈତୃକ ଘରର ପ୍ଳାନ ଅନୁମୋଦନ ପାଇଁ ସେ ଲାଞ୍ଚ ନେଉଥିଲେ । କନିଷ୍ଠ ଯନ୍ତ୍ରୀଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଥିବା ସୂଚନା ଦିଆଯାଇଛି ।
କନିଷ୍ଠ ଯନ୍ତ୍ରୀ ସାଗରିକା ମହାନ୍ତି ଅଭିଯୋଗକାରୀଙ୍କ ପୈତୃକ ଘରର ପ୍ଳାନ ଅନୁମୋଦନ ପାଇଁ ଲାଞ୍ଚ ମାଗିଥିଲେ । ଏନେଇ ଭିଜିଲାନ୍ସରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଗୁରୁବାର ଦିନ ଅଭିଯୋଗକାରୀ ଜଣଙ୍କ କନିଷ୍ଠ ଯନ୍ତ୍ରୀଙ୍କୁ ଲାଞ୍ଚ ଦେଉଥିବା ବେଳେ ଛକି ବସିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ରେଡ ହ୍ୟାଣ୍ଡରେ ଧରିବା ସହ ଲାଞ୍ଚ ଟଙ୍କା ଜବତ କରି ଗିରଫ କରିଥିଲେ । ବର୍ତ୍ତମାନ ସାରା ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ । ଏହାକୁ ନେଇ ସବୁଠି ଶପଥ ପାଠ ଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି । ଏହି ସମୟରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି ମହିଳା କନିଷ୍ଠ ଯନ୍ତ୍ରୀ ।
ଏହା ମଧ୍ୟ ପଢନ୍ତୁ-ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଜେଇ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ