ଓଡିଶା

odisha

ETV Bharat / state

ଜଗତସିଂହପୁର-ପାରାଦ୍ବୀପରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ - ମୁଖ୍ୟମନ୍ତ୍ରୀ

ଆଜି(ଶୁକ୍ରବାର) ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଜଗତସିଂହପୁର ଓ ପାରାଦ୍ବୀପରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଅଧିକ ପଢନ୍ତୁ...

ଜଗତସିଂହପୁର-ପାରାଦ୍ବୀପରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଜଗତସିଂହପୁର-ପାରାଦ୍ବୀପରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

By

Published : Jun 18, 2021, 10:39 PM IST

ଜଗତସିଂହପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ଶୁକ୍ରବାର) ଅପରାହ୍ନରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଶିଳାନ୍ୟାସ ପ୍ରତିଷ୍ଠା କରିଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପାରାଦ୍ବୀପ କୋଭିଡ ହସ୍ପିଟାଲରେ ଲିକୁଇଡ ମେଡିକାଲ ଅକ୍ସିଜେନ ଉତ୍ପାଦନ ଓ ବଣ୍ଟନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

ଜଗତସିଂହପୁର-ପାରାଦ୍ବୀପରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭର୍ଚ୍ଚୁଆଲ ମୋଡ଼ରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ସୂଚନା ଓ ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ କହିଥିଲେ ଯେ, ରାଜ୍ୟ ସରକାର ସ୍ବାସ୍ଥ୍ୟ ଉପରେ ବିଶେଷ ଗୁରୁତ୍ବ ଦେଇ ଆସୁଛନ୍ତି । ନିକଟରେ ରାଜ୍ୟରେ 786 ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟ ସରକାର ଆହୁରି ଅନେକ କିଛି ପଦକ୍ଷେପ ନେଉଥିବା ମନ୍ତ୍ରୀ ପ୍ରକାଶ କରିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପାରାଦୀପ ସ୍ଥିତ କୋଭିଡ ହସ୍ପିଟାଲଠାରେ ଲିକୁଇଡ଼ ମେଡ଼ିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥାର ଶିଳାନ୍ୟାସ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ବିଜୟା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ତେବେ ସୂଚନା ଥାଉ କି ଶୁକ୍ରବାର ମୁଖ୍ୟମନ୍ତ୍ରୀ ଜିଲ୍ଲା ସମେତ ଆଉ 7ଟି ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହାସହିତ ତୃତୀୟ ଲହର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ସମସ୍ତ ବିଭାଗ ଓ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ

ABOUT THE AUTHOR

...view details