ଓଡିଶା

odisha

ETV Bharat / state

ଜଗତସିଂହପୁରରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ - Gandhi Jayanti celebrated in District level

ଜଗତସିଂହପୁରରେ ଆଜି ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ମହାପାତ୍ର ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

Gandhi Jayanti  celebrated in  District level
ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ

By

Published : Oct 2, 2020, 5:18 PM IST

ଜଗତସିଂହପୁର: ଜାତିର ପିତା ମୋହନ ଦାସ କରମଚାନ୍ଦ ଗାନ୍ଧୀଙ୍କ ଜନ୍ମ ଦିବସ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ନିରାଡମ୍ବର ସହକାରେ ପାଳିତ ହୋଇଛି । ଜଗତସିଂହପୁରରେ ଜିଲ୍ଲାର ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି ।

ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ

ଜିଲ୍ଲା ଥାନା ପରିସର ଓ ଗାନ୍ଧିଛକରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ମହାପାତ୍ର ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । ଏ ଅବସରରେ ଜିଲ୍ଲାପାଳଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଚ୍ଚିଦାନନ୍ଦ ସାହୁ, ପ୍ରକଳ୍ପ ନିର୍ଦେଶକ ଶ୍ରୀ ସରୋଜ କାନ୍ତ ମହାନ୍ତି, ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକଙ୍କ ସମେତ ନିର୍ବାହୀ ଅଧିକାରୀ ଶ୍ରୀ ବିମଲ କୁମାର ଲେଙ୍କା ପ୍ରମୁଖ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୌରପରିଷଦର କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

ଆୟୋଜିତ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ଗାନ୍ଧିଙ୍କ ନୀତି ଆର୍ଦଶରେ ଅନୁପ୍ରାଣିତ ହୋଇ ତାଙ୍କ ଅହିଂସା ଧର୍ମକୁ ଆପଣେଇବାକୁ ଆହ୍ୱାନ ଦେଇଛନ୍ତି ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ମହାପାତ୍ର ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର,ଇଟିଭି ଭାରତ

ABOUT THE AUTHOR

...view details