ଯାଜପୁର: ନୟାଗଡରେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦରେ ଯାଜପୁରରେ ସାମ୍ବାଦିକମାନେ ବିରୋଧ ପ୍ରଦର୍ଶନ କରିଛନ୍ତି । ଯାଜପୁର ଗାନ୍ଧୀ ଛକ ଠାରେ ସାମ୍ବାଦିକ ମାନେ ଏକତ୍ରିତ ହୋଇ ସାମ୍ବାଦିକଙ୍କ ଉପରେ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ।
ଯେଉଁଭଳି ରାଜ୍ୟରେ ଦିନକୁ ଦିନ ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା ବୃଦ୍ଧି ପାଉଛି ସେଥିପାଇଁ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ କରିବା ଦରକାର ବୋଲି ଦାବି କରାଯାଇଥିଲା ।