ଯାଜପୁର: ଆସନ୍ତା ୨୧ ତାରିଖ ଦିନ ପୂଣ୍ୟତୋୟା ବୈତରଣୀ ନଦୀ କୂଳରେ ମହାବାରୁଣୀ ସ୍ନାନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଅବସରରେ ଯାଜପୁର ବାଳାଶ୍ରମ ପଡିଆରେ ଦୁଇ ଦିନ ଧରି ମେଳା ଆୟୋଜନ କରାଯିବ । ଯାଜପୁର ପୌରପରିଷଦ ପକ୍ଷରୁ ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଯାଜପୁର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ଧଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ । ମେଳାକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବା ପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଇଥିଲା । ସମ୍ଭାବ୍ୟ ଭିଡକୁ ଦୃଷ୍ଟିରେ ରଖି ବ୍ୟାପକ ପୁଲିସ ମୁତୟନ କରାଯିବା ସହିତ ପଡିଆରେ ଲାଇଟ୍, ପାନୀୟ ଜଳ, ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ନିଷ୍ପତ୍ତି ହୋଇଛି ।