ଓଡିଶା

odisha

ETV Bharat / state

ଯାଜପୁରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଜିଲ୍ଲାପାଳ - laying wreath at Mahatma Gandhi statue

ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତିର ପିତା ମହାତ୍ମାଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଅଧିକ ପଢନ୍ତୁ...

laying wreath at Mahatma Gandhi statue by Jajpur district magistrate
ଯାଜପୁର ଜିଲାପାଳଙ୍କ ଦ୍ବାରା ମହାତ୍ମାଗାନ୍ଧୀ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

By

Published : Oct 2, 2020, 6:43 PM IST

ଯାଜପୁର: ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତିର ପିତା ମହାତ୍ମାଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।

ଯାଜପୁର ଜିଲାପାଳଙ୍କ ଦ୍ବାରା ମହାତ୍ମାଗାନ୍ଧୀ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ସକାଳୁ ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯାଜପୁର ସହରସ୍ଥିତ ଗାନ୍ଧୀ ଛକଠାରେ ଜାତିର ପିତା ମହାତ୍ମାଗାନ୍ଧୀ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ସଂସ୍କୃତି ଭବନ ଓ ଜିଲ୍ଲାସ୍କୁଲ ପରିସରରେ ଥିବା ମହାତ୍ମା ଗାନ୍ଧି, ଲାଲ ବାହାଦୁର ଶାସ୍ତ୍ରୀ ଏବଂ ଅନ୍ୟାନ୍ୟ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।

ଏହି ଅବସରରେ ଆଇଏଏସ୍ ପ୍ରୋବେସନର ସଚିନ ପାୱାର, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଧେଶକ ଇନ୍ଦ୍ରମଣି ନାୟକ, ଯାଜପୁର ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଅକ୍ଷୟ କୁମାର ମଲିକ, ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ପ୍ରମୁଖ ଯୋଗ ଦେଇ ଉଭୟ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏଥିସହ ଯାଜପୁର ପୌରପାଳିକା ପକ୍ଷରୁ ସ୍ୱଚ୍ଛତା ସଂପର୍କରେ ଏକ ସଚେତନତା ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

For All Latest Updates

TAGGED:

ABOUT THE AUTHOR

...view details