ଯାଜପୁର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁରର ମାର୍କଣ୍ଡପୁର ଗ୍ରାମରେ । ମୃତକ ଜଣଙ୍କ ହେଲେ ମାର୍କଣ୍ଡପୁର ଗ୍ରାମର କାଶୀନାଥ ସାହୁ ।
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମୃତ
ଗୁରୁବାର ଯାଜପୁରର ମାର୍କଣ୍ଡପୁର ଗ୍ରାମର କାଶୀନାଥ ସାହୁ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ଘଟିଛି ।
ଫଟୋ ସୌଜନ୍ୟ: ସମ୍ବାଦଦାତା, ଯାଜପୁର
ସୂଚନା ଅନୁଯାୟୀ, କାଶୀନାଥ ତାଙ୍କ ଘରେ ମଟର ଲଗାଇ ପାଣି ଦେଉଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ । ଏହାପରେ ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ମାର୍କଣ୍ଡପୁର ମେଡିକାଲ ଓ ପରେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ତାଙ୍କୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।
ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ