ଯାଜପୁର: କବାଡି ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା । ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିବା ବେଳେ ତଦନ୍ତ ଆରମ୍ଭ କରିଛି ପୋଲିସ । ବଡ ଧରଣର ଅଗ୍ନିକାଣ୍ଡ ଯୋଗୁଁ ପରିବେଶ ପୁରା ଧୂଆଁମୟ ହୋଇଯାଇଥିବା ଦେଖାଦେଇଛି ।
ଏହା ମଧ୍ୟ ପଢନ୍ତୁ: ଦ୍ବିତୀୟ ଥର ପାଇଁ EDରେ ଅକ୍ଷୟ ପରିଜା, ଚାଲିଛି ଶ୍ରଦ୍ଧାଞ୍ଜଳି ସହ ମୁହାଁମୁହିଁ ଜେରା
ସୂଚନାଅନୁସାରେ, କୋରାଇ ବ୍ଲକ ଧନେଶ୍ୱର ଛକ ନିକଟରେ କବାଡିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସକାଳ ୧୧ଟା ସମୟରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା । ଅଗ୍ନିକାଣ୍ଡ ସମୟରେ ପ୍ରଚଣ୍ଡ ଶବ୍ଦ ଶୁଭାଯାଇଥିବା ବେଳେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ତେବେ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିବା ବେଳେ ସର୍ଟସର୍କିଟରୁ ନିଆଁ ଲାଗିଯାଇଥିବା ଅନୁମାନ କରାଯାଉଛି । ଏନେଇ ତଦନ୍ତ ଆରମ୍ଭ କରିଛି ପୋଲିସ । ଅନ୍ୟପଟେ ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି ୫ଦମକଳ ବିଭାଗ ।