ଯାଜପୁର: ଆଜି(ଗୁରୁବାର) ଯାଜପୁର ଜିଲ୍ଲା ସୁକିନ୍ଦା ଖଣି ଉପତ୍ୟକା କାଳିଆପାଣି ଠାରେ ବିଜୁ ଜନତା ଦଳ ପକ୍ଷରୁ ଏକ ଧନ୍ୟବାଦ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଥିଲା । ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ନିଜ ମନ୍ତ୍ରୀମଣ୍ଡଳରେ ସାମିଲ କରିଥିବାରୁ ଏବଂ ସୁକିନ୍ଦା ଅଞ୍ଚଳକୁ ବହୁ ବିକାଶ ମୂଳକ ଯୋଜନାରେ ସାମିଲ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁକିନ୍ଦା ବ୍ଲକ ବିଜୁ ଜନତା ଦଳ, ଖଣି ଅଞ୍ଚଳବାସୀ ଓ ଶ୍ରମିକ ସଂଗଠନ ପକ୍ଷରୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରାଯାଇଛି ।
ଏହି କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ଓ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇଙ୍କ ସମେତ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ଯାଜପୁର ସାଂସଦ ଶର୍ମିଷ୍ଠା ସେଠୀ, ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ ଓ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ପ୍ରମୁଖ ସାମିଲ ହୋଇଥିଲେ ।