ଓଡିଶା

odisha

ETV Bharat / state

ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ, ୨ ଗୁରୁତର

By

Published : Aug 7, 2020, 7:35 AM IST

Updated : Aug 7, 2020, 8:08 AM IST

road acident in jajpur
ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ୩ ମୃତ ,୨ ଗୁରୁତର

07:29 August 07

ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ୩ ମୃତ, ୨ ଗୁରୁତର ।

ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ୩ ମୃତ ,୨ ଗୁରୁତର

ଯାଜପୁର:  ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା  । ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ, ଭୁବନେଶ୍ବରରୁ ଗୋଟିଏ ପରିବାର କାର ଯୋଗେ ପଶ୍ଚିମବଙ୍ଗର ମେଦିନାପୁରକୁ ଯାଉଥିଲା । ହେଲେ ଧର୍ମଶାଳା ଥାନା ରଥିଆ ଛକ ନିକଟରେ ଛିଡା ହୋଇଥିବା ଏକ ଟ୍ରକକୁ କାରଟି ପଛରୁ ଶକ୍ତ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ  2 ଜଣ ଗୁରୁତର ହୋଇପଡିଥିଲେ ।

ତେବେ ଗୁରୁତରଙ୍କୁ ପ୍ରଥମେ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଅଧିକ ଖରାପ ହେବାରୁ  କଟକ ସ୍ଥାନାନ୍ତରିତ କରାଯାଇଥିଲା । ତେବେ, ମୃତକଙ୍କ ମଧ୍ୟରୁ ୨ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗାଡିକୁ ଜବତ କରିବା ସହିତ ତଦନ୍ତ ଜାରି ରଖିଛି ।  

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

Last Updated : Aug 7, 2020, 8:08 AM IST

ABOUT THE AUTHOR

...view details