ଓଡିଶା

odisha

ETV Bharat / state

ଶିଳ୍ପନଗରୀ ଝାରସୁଗୁଡାରେ କୋରୋନା ସତର୍କତା - #fightagainstcorona

କୋରୋନା ମୁକାବିଲା ନେଇ ଝାରସୁଗୁଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଳାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧିକ ପଢନ୍ତୁ...

aa
ଶିଳ୍ପନଗରୀ ଝାରସୁଗୁଡାରେ କୋରୋନା ସତର୍କତା

By

Published : Mar 16, 2020, 7:43 PM IST

ଝାରସୁଗୁଡା: ଜିଲ୍ଲାରେ କରୋନା ମୁକାବିଲା ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ । ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଳାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।

ଶିଳ୍ପନଗରୀ ଝାରସୁଗୁଡାରେ କୋରୋନା ସତର୍କତା

ସମସ୍ତ ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ସଭା ସମିତି ବନ୍ଦ କରିବାକୁ ନିର୍ଦେଶ ଦିଆଯାଇଛି । ସାମାଜିକ କାର୍ଯ୍ୟକ୍ରମ, ବିବାହ ଆଦି ନିରାଡ଼ମ୍ବର କରିବା ସହ ଜିଲ୍ଲା ପ୍ରଶାସନର ଅନୁମତି ନେବାକୁ ପରାମର୍ଶ ଦିଆଯାଇଛି। ଏହି ବୈଠକରେ ଉପଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଅନ୍ୟପଟେ ରାଜ୍ୟ ସରକାରଙ୍କ ପକ୍ଷରୁ କୋରୋନା ସମ୍ପର୍କରେ କଟକଣା ଜାରି କରାଯିବା ପରେ ଝାରସୁଗୁଡା ଜିଲ୍ଲା ପ୍ରଶାସନ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ଭାବେ 50 ଶଯ୍ୟା ଆଇସୋଲେସନ ୱାର୍ଡ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛି।

ଏଥିସହ ସମସ୍ତ ସ୍ଥାନ ଏପରିକି ଗ୍ରାମାଞ୍ଚଳରେ ମଧ୍ୟ ଡ଼ାକବାଜି ଯନ୍ତ୍ର ଯୋଗେ ଲୋକଙ୍କୁ ସଚେତନ କରିବା ସହ କୋରୋନାକୁ ନେଇ ଲୋକେ ଭୟଭୀତ ନହେବାକୁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସନ୍ଧ୍ୟାରେ କରୋନାକୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଜିଲ୍ଲାରେ ସମସ୍ତ ସପିଂ ମଲ ବନ୍ଦ ସହ 144 ଧାରା ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି ।

ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details