ଝାରସୁଗୁଡା: ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ କରି ଝାରସୁଗୁଡା ଜିଲ୍ଲାପାଳ ନିଲମ୍ବିତ ହେବା ପରେ ଅତିରିକ୍ତ ଦାୟିତ୍ବ ସମ୍ଭାଳିବେ ଝାରସୁଗୁଡା ଏଡିଏମ ପ୍ରଦୀପ ସାହୁ । ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦୀପ ସାହୁଙ୍କୁ ଏହି ଦାୟିତ୍ବ ଦିଆଯାଇଛି ।
ଝାରସୁଗୁଡା ଜିଲ୍ଲାପାଳ ନିଲମ୍ବିତ: ଏଡିଏମଙ୍କୁ ଅତିରିକ୍ତ ଦାୟିତ୍ବ
ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦୀପ ସାହୁଙ୍କୁ ଏହି ଦାୟିତ୍ବ ଦିଆଯାଇଛି ।
ଫଟୋ ସୌଜନ୍ୟ: ପ୍ରତିନିଧି, ଝାରସୁଗୁଡା
ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ ଅଭିଯୋଗର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ ଜାଭେରୀ ଓ ଜଷ୍ଟିସ କେ.ଆର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଆସନ୍ତା ୨୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।
ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ
Last Updated : Aug 14, 2019, 3:20 PM IST