ଓଡିଶା

odisha

ETV Bharat / state

BSKYରେ ସାମିଲ ହେଲା ଝାରସୁଗୁଡା; ଉପକୃତ ହେବେ ୧.୧୫ ଲକ୍ଷ ଲୋକ - ମୁଖ୍ୟମନ୍ତ୍ରୀ

ଝାରସୁଗୁଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ BSKY ସ୍ମାର୍ଟକାର୍ଡର ଶୁଭାରମ୍ଭ କରିବା ସହିତ ୩୧୨ କୋଟି ଟଙ୍କାର ପ୍ରକଳ୍ପ ଭେଟିଛନ୍ତି । ଅଧିକ ପଢନ୍ତୁ

ଝାରସୁଗୁ଼ଡ଼ାରେ BSKY ସ୍ମାର୍ଟକାର୍ଡର ଶୁଭାରମ୍ଭ, ୩୧୨ କୋଟିର ପ୍ରକଳ୍ପ ଭେଟି ଦେଲେଝାରସୁଗୁ଼ଡ଼ାରେ BSKY ସ୍ମାର୍ଟକାର୍ଡର ଶୁଭାରମ୍ଭ, ୩୧୨ କୋଟିର ପ୍ରକଳ୍ପ ଭେଟି ଦେଲେ ନବୀନ ନବୀନ
ଝାରସୁଗୁ଼ଡ଼ାରେ BSKY ସ୍ମାର୍ଟକାର୍ଡର ଶୁଭାରମ୍ଭ, ୩୧୨ କୋଟିର ପ୍ରକଳ୍ପ ଭେଟି ଦେଲେ ନବୀନ

By

Published : Nov 15, 2021, 12:44 PM IST

Updated : Nov 15, 2021, 3:46 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ସୋମବାର) ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ପ୍ରାୟ ୩୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ ମଧ୍ୟ କରିଛନ୍ତି ।

BSKYରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ ।

BSKYରେ ସାମିଲ ହେଲା ଝାରସୁଗୁଡା; ଉପକୃତ ହେବେ ୧.୧୫ ଲକ୍ଷ ଲୋକ

ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଛନ୍ତି । ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ । ଓଡି଼ଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କୋରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡା ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଛନ୍ତି । ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆ ସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି । ତାହା ସମଗ୍ର ଦେଶରେ ବିରଳ ବୋଲି ସେମାନେ ମତ ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Nov 15, 2021, 3:46 PM IST

ABOUT THE AUTHOR

...view details