ଝାରସୁଗୁଡ଼ା: ରାଜ୍ୟରେ କୋରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ପ୍ରତିଦିନ ରାଜ୍ୟରେ ହଜାର ହଜାର ସଂଖ୍ୟାରେ କୋରୋନା ରୋଗୀ ଚିହ୍ନଟ ହେଉଛନ୍ତି । ସାଧାରଣ ଲୋକଙ୍କ ସହ ବିଧାୟକଙ୍କ ଠାରୁ ଆରମ୍ଭ କରି ନେତା ମନ୍ତ୍ରୀ କୋରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଝାରସୁଗୁଡ଼ା ଜିଲ୍ଲାର ବ୍ରଜରାଜନଗର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ କୋରୋନା ହୋଇଥିବା ସୂଚନା ମିଳିଛି ।
ପଜିଟିଭ ଚିହ୍ନଟ ହେବାପରେ ସେ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି । ଯେଉଁମାନେ ଗତ କିଛି ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋରୋନା ପରୀକ୍ଷା କରାଇ ନିଅନ୍ତୁ ବୋଲି ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ତାଙ୍କ କର୍ମୀମାନଙ୍କୁ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।