ଝାରସୁଗୁଡା:ଗଣମାଧ୍ୟମ ସମ୍ବିଧାନର ଚତୁର୍ଥ ସ୍ତମ୍ଭ। ନିଜ ଜୀବନକୁ ଖାତିର ନକରି ଅହରହ ଖବର ସଂଗ୍ରହ କରିବା ସହ ପରିବେଷଣ କରି ଚାଲିଛନ୍ତି ସାମ୍ବାଦିକ। କିନ୍ତୁ ସାମ୍ବାଦିକଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଆଯାଉ ନାହିଁ। ଏଣୁ ରାଜ୍ୟ ସାମ୍ବାଦିକ ସଂଘ ଝାରସୁଗୁଡ଼ା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କୁ ୧୧ ଦଫା ଦାବି ନେଇ ଏକ ଦାବିପତ୍ର ପ୍ରଦାନ କରାଯାଇଛି।
ଓଡ଼ିଶାର ସାମ୍ବାଦିକ ମାନେ ଖବର ପରିବେଷଣ କରିଚାଲିଛନ୍ତି। ସଂଖ୍ୟାଧିକ ସାମ୍ବାଦିକ ଆର୍ଥିକ ଅନାଟନର ସମ୍ମୁଖୀନ ହେବା ସହ ବିଭିନ୍ନ ପ୍ରତିକୂଳ ପରିସ୍ଥିତିରେ କାମ କରୁଛନ୍ତି। ଗଣମାଧ୍ୟମ ପ୍ରତିନିଧି ମାନେ ଖବର ସଂଗ୍ରହ ଓ ପରିବେଷଣ ବେଳେ ଅସାମାଜିକ ଏବଂ ମାଫିଆ ମାନଙ୍କ ଦ୍ଵାରା ଆକ୍ରମଣର ଶିକାର ହେଉଛନ୍ତି। ଏ ସମସ୍ତ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସାମ୍ବାଦିକ ସଂଘ ପକ୍ଷରୁ ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।
11 ଦଫା ଦାବି: 1- ମହାରାଷ୍ଟ ଓ ଛତିଶଗଡ଼ ଢାଞ୍ଚାରେ କର୍ତ୍ତବ୍ୟରତ ସାମ୍ବାଦିକ ମାନଙ୍କ ନିମନ୍ତେ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରାଯାଉ
2-ରାଜ୍ୟରେ କାର୍ଯ୍ୟରତ ସମସ୍ତ ସାମ୍ବାଦିକ ମାନଙ୍କୁ ଗୋପବନ୍ଧୁ ସ୍ଵାସ୍ଥ୍ୟ ବୀମା ଯୋଜନାରେ ପ୍ରଦାନ କରାଯାଉଥିବା ୨ ଲକ୍ଷ ଟଙ୍କାର ବୀମା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଉ।
3- ଯେଉଁ ସାମ୍ବାଦିକ ମାନେ ୧୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ କରିଛନ୍ତି ସେମାନେ ରୋଗଗ୍ରସ୍ତ, ଦୁର୍ଘଟଣାରେ ଆହତ ବା ଅକର୍ମଣ୍ୟ, ବାର୍ଦ୍ଧକ୍ୟ ଏବଂ ଅନ୍ୟାନ୍ୟ ସମସ୍ୟା ପାଇଁ କାମ କରିପାରୁ ନାହାନ୍ତି। ତେଣୁ ସେମାନଙ୍କୁ ସରକାରଙ୍କ ସାମ୍ବାଦିକ କଲ୍ୟାଣ ଯୋଜନାରୁ ବାଦ୍ ଦିଆ ନଯାଇ ସମସ୍ତ ସୁବିଧା ସୁଯୋଗ ଗୁଡିକ ପ୍ରଦାନ କରାଯାଉ ।
4- ମୃତ୍ୟୁ ବରଣ କରୁଥିବା ସାମ୍ବାଦିକ ପରିବାର କୁ ପ୍ରଦାନ କରାଯାଉଥିବା ୪ ଲକ୍ଷ ଟଙ୍କାର ସହାୟତା ରାଶିକୁ ଅତି କମରେ ୨୫ ଲକ୍ଷ ଟଙ୍କା କୁ ବୃଦ୍ଧି କରାଯାଉ।
5- ରାଜଧାନୀ ଭୁବନେଶ୍ୱର ଓ କଟକରେ ପ୍ରାୟ ସମସ୍ତ ମିଡ଼ିଆ ହାଉସ ଗୁଡ଼ିକ ରହିଛି। ଏଥିସହ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ମୁଖ୍ୟାଳୟ, ଶିକ୍ଷାନୁଷ୍ଠାନ, ଅତ୍ୟାଧୁନିକ ଚିକିତ୍ସା ସୁବିଧା ଥିବା ହସ୍ପିଟାଲ ଗୁଡିକ ରହିଥିବାରୁ ସେଠାରେ ସାମ୍ବାଦିକ ସପରିବାର ସାମୟିକ ରହଣୀ ନିମନ୍ତେ ଏକ ବହୁତଳ ବିଶିଷ୍ଟ ସାମ୍ବାଦିକ ଅତିଥି ଭବନ ନିର୍ମାଣ କରାଯାଉ ।