ଓଡିଶା

odisha

ETV Bharat / state

କଳାହାଣ୍ଡିରେ 1200 ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା - କଳାହାଣ୍ଡି

ଦିନକୁ ଦିନ କଳାହାଣ୍ଡି ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ବୁଧବାର ଜିଲ୍ଲାରେ ୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

1200 cross kalahanadi corona tally
କଳାହାଣ୍ଡିରେ 1200 ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା

By

Published : Aug 27, 2020, 7:08 AM IST

ଭବାନୀପାଟଣା: ଦିନକୁ ଦିନ କଳାହାଣ୍ଡି ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ବୁଧବାର ଜିଲ୍ଲାରେ ୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ 31 ଆକ୍ରାନ୍ତଙ୍କ ମଧ୍ୟରୁ ଭବାନୀପାଟଣା ଅଞ୍ଚଳରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲାଞ୍ଜିଗଡ଼ ଅଞ୍ଚଳରୁ ୧୧, ଜୟପାଟଣା ଓ କେସିଙ୍ଗା ଅଞ୍ଚଳରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଜୁନାଗଡ଼ ଗୋଲାମୁଣ୍ଡା କଲମପୁର ଓ ନର୍ଲା ଅଞ୍ଚଳରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କଳାହାଣ୍ଡିରେ 1200 ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୦ରେ ପହଞ୍ଚିଛି । ଯାହା ଜିଲ୍ଲା ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି । ଏମାନେ ସମସ୍ତେ ପୂର୍ବ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ବେଳେ ଏମାନଙ୍କ କଣ୍ଟାକ୍ଟ ଟ୍ରେସିଂ ପ୍ରକ୍ରିୟା ଜାରୀ ରହିଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୪ କୁ ପହଞ୍ଚିଥିବା ବେଳେ ୪୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪୯ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

ABOUT THE AUTHOR

...view details