ଓଡିଶା

odisha

By

Published : Dec 8, 2020, 9:44 PM IST

ETV Bharat / state

କଳାହାଣ୍ତିରେ ଆଉ 13 ନୂଆ ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡି ଜିଲ୍ଲାରେ ଆଜି ପୁଣି ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି ଆଉ 13 ନୂଆ ଆକ୍ରାନ୍ତ । ସେପଟେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ । ପଢନ୍ତୁ ଅଧିକ.....

କଳାହାଣ୍ତିରେ ଆଉ 13 ନୂଆ ଆକ୍ରାନ୍ତ ଚିହ୍ନଟ
କଳାହାଣ୍ତିରେ ଆଉ 13 ନୂଆ ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡି: ଜିଲ୍ଲାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି ଆଉ 13 ନୂଆ ଆକ୍ରାନ୍ତ । ବର୍ତ୍ତମାନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାରରୁ ଉର୍ଦ୍ଧ୍ବ ଟପିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

କଳାହାଣ୍ତିରେ ଆଉ 13 ନୂଆ ଆକ୍ରାନ୍ତ ଚିହ୍ନଟ

ଆକ୍ରାନ୍ତଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଥିବାବେଳେ 3 ହଜାର 85 ଜଣ ଏବେ ସୁଦ୍ଧା ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ସୂଚନା ରହିଛି ।

ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀ ମାନେ ଘରକୁ ଘର ଯାଇ କରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି । ସ୍ଥାନୀୟ ଅଞ୍ଚଳରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ଜିଲ୍ଲାରେ ଚିନ୍ତାର କାରଣ ହୋଇଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ABOUT THE AUTHOR

...view details