ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି କୋରୋନାର ଦ୍ବିତୀୟ ଲହର । ଲୋକାଲରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଲାଣି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।
ବୁଧବାର ଜିଲ୍ଲାରେ ପୁଣି ୨୦୨ ଜଣ ନୁଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୧୦ ହଜାର ୮୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭ ହଜାର ୨୪୧ ଜଣ ସୁସ୍ଥ ହୋଇଛନ୍ତି ।