ଭବାନୀପାଟଣା:କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।
କଳାହାଣ୍ଡି ଜିଲ୍ଲାରେ ପୁଣି ୪୬ ଆକ୍ରାନ୍ତ ଚିହ୍ନଟ - coronavirus kalahandi
କଳାହାଣ୍ଡି ଜିଲ୍ଲାରେ ପୁଣି ୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାର ଡେଇଁଲା । ଅଧିକ ପଢନ୍ତୁ...
କଳାହାଣ୍ଡି ଜିଲ୍ଲାରେ ପୁଣି ୪୬ ଆକ୍ରାନ୍ତ ଚିହ୍ନଟ
ମଙ୍ଗଳବାର ଜିଲ୍ଲାରେ ପୁଣି ୪୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାରରୁ ଉର୍ଦ୍ଧ୍ବକୁ ପହଞ୍ଚିଛି । ଜିଲ୍ଲାରେ ମୋଟ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୨ ହଜାର ୫୦୮ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନ ରେ ଚିକିତ୍ସାଧୀନ ରହିଛନ୍ତି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ