ଭବାନୀପାଟଣା :ଦିନକୁ ଦିନ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସୋମବାର କଳାହାଣ୍ତି ଜିଲ୍ଲାରେ ୫୮ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୨୫୯ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨ ହଜାର ୯୧ ଜଣ ସୁସ୍ଥ ହୋଇଛନ୍ତି । ଏହାସହ ୧ ହଜାର ୧୬୮ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି।
କଳାହାଣ୍ଡିରୁ ୫୮ କୋରୋନା ପଜିଟିଭ ଚିହ୍ନଟ - kalahandi corona update
କଳାହାଣ୍ଡିରୁ ୫୮ କୋରୋନା ପଜିଟିଭ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୩୨୫୯ । ଅଧିକ ପଢନ୍ତୁ.....
କଳାହାଣ୍ଡିରୁ ୫୮ କୋରୋନା ପଜିଟିଭ ଚିହ୍ନଟ
କଳାହାଣ୍ଡିରୁ ୫୮ କୋରୋନା ପଜିଟିଭ ଚିହ୍ନଟ
ସେପଟେ ଜିଲ୍ଲାରେ ଆକ୍ରାନ୍ତ ଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।ସ୍ଥାନୀୟ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି ।
କଳାହାଣ୍ତିରୁ ଅଜିତ ସିଂ, ଇଟିଭି ଭାରତ