ଓଡିଶା

odisha

ETV Bharat / state

କଳାହାଣ୍ଡିରେ ଆଉ 59 ଆକ୍ରାନ୍ତ ଚିହ୍ନଟ, ଘାରିଛି ଗୋଷ୍ଠୀ ସଂକ୍ରମଣ ଭୟ - କୋରୋନା ଚିହ୍ନଟ

କଳାହାଣ୍ଡିରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଶନିବାର ଜିଲ୍ଲାରେ ପୁଣି 59 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

କଳାହାଣ୍ଡିରେ ଆଉ 59 ଆକ୍ରାନ୍ତ ଚିହ୍ନଟ, ଘାରିଛି ଗୋଷ୍ଠୀ ସଂକ୍ରମଣ ଭୟ
କଳାହାଣ୍ଡିରେ ଆଉ 59 ଆକ୍ରାନ୍ତ ଚିହ୍ନଟ, ଘାରିଛି ଗୋଷ୍ଠୀ ସଂକ୍ରମଣ ଭୟ

By

Published : Oct 18, 2020, 7:40 AM IST

ଭବାନୀପାଟଣା: ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ମାମଲା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ଅନୁମାନ ରହୁଥିଲାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି ।

କଳାହାଣ୍ଡିରେ ଆଉ 59 ଆକ୍ରାନ୍ତ ଚିହ୍ନଟ, ଘାରିଛି ଗୋଷ୍ଠୀ ସଂକ୍ରମଣ ଭୟ

ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ। ଶନିବାର ଜିଲ୍ଲାରେ ପୁଣି ୫୯ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାରରୁ ଊର୍ଦ୍ଧ୍ବରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୧ ହଜାର ୪୨୩ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି ।

ଅନ୍ୟପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ABOUT THE AUTHOR

...view details