କଳାହାଣ୍ଡି: ଶୁକ୍ରବାର କଳାହାଣ୍ଡି ଜିଲ୍ଲାରୁ ୬୫୩ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 8814ରେ ପହଞ୍ଚିଛି ।
ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 7241 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏଯାବତ୍ ଜିଲ୍ଲାରେ 37 ଜଣଙ୍କର କୋରୋନାରେ ମୃତ୍ୟୁ ଘଟିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଛି।