ଓଡିଶା

odisha

ETV Bharat / state

ଡାଳ କାଟିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ - a young man died after being electrocuted

କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗାଁ ନିକଟସ୍ଥ ବେଦାନ୍ତ ମେଡ଼ିକାଲ ସମ୍ମୁଖରେ ଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

By

Published : Feb 11, 2021, 8:17 PM IST

ଭବାନୀପାଟଣା: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ଅଭିଯୋଗ । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗାଁ ନିକଟସ୍ଥ ବେଦାନ୍ତ ମେଡ଼ିକାଲ ସମ୍ମୁଖରେ ଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

ସୂଚନା ଅନୁଯାୟୀ, ଲାଞ୍ଜିଗଡ଼ ବେଦାନ୍ତ ମେଡ଼ିକାଲ ସମ୍ମୁଖରେ ଥିବା ଏକ ଡିମିରି ଗଛରୁ ଡାଳ କାଟିବାକୁ ଚଢ଼ିଥିବାବେଳେ ଗଛଡାଳ ମଧ୍ୟ ଦେଇ ଯାଇଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ହିଁ ଯୁବକଙ୍କ ମୃତ୍ୟୁ ହୋଇଛି ।

ମୃତ ଯୁବକ ଜଣକ ହେଲେ ବଲଭଦ୍ରପୁର ଗାଁର ଚକ୍ରଚଣ୍ଡୀ । ଖବର ପାଇ ଘଟଣାସ୍ଥଳରେ ଲାଞ୍ଜିଗଡ଼ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି । ସେପଟେ ମୃତକଙ୍କ ପରିବାର ବର୍ଗଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ABOUT THE AUTHOR

...view details