ଓଡିଶା

odisha

ETV Bharat / state

ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଏବିଭିପିର ବିଶାଳ ଶୋଭାଯାତ୍ରା - କଳାହାଣ୍ଡି ଏବିଭିପି ବିଶାଳ ଶୋଭାଯାତ୍ରା

କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ସ୍କୁଲ ଶିକ୍ଷୟିତ୍ରୀ ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ସନସାଇନ ସ୍କୁଲର ମାଲିକ ଗୋବିନ୍ଦ ସାହୁ ପ୍ରତ୍ୟକ୍ଷ ସମ୍ପୃକ୍ତି ଥିବା ଅଭିଯୋଗ କରିଛି ABVP । ଅଧିକ ପଢନ୍ତୁ...

ଶିକ୍ଷୟତ୍ରୀ ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଏବିଭିପି ବିଶାଳ ଶୋଭାଯାତ୍ରା
ଶିକ୍ଷୟତ୍ରୀ ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଏବିଭିପି ବିଶାଳ ଶୋଭାଯାତ୍ରା

By

Published : Oct 21, 2021, 10:58 PM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ସ୍କୁଲ ଶିକ୍ଷୟିତ୍ରୀ ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ସନସାଇନ ସ୍କୁଲର ମାଲିକ ଗୋବିନ୍ଦ ସାହୁ ପ୍ରତ୍ୟକ୍ଷ ସମ୍ପୃକ୍ତି ଥିବା ଅଭିଯୋଗ କରିଛି ABVP । ପୀଡିତାଙ୍କୁ ନ୍ୟାୟ, ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରିବା ଦାବିରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ନର୍ଲା ସହରରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ ବିଶାଳ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଛି ।

ଚାରି ଛକରୁ ଶୋଭାଯାତ୍ରା ବାହାରି ବ୍ଲକ ଅଫିସ ସମ୍ମୁଖରେ ପହଞ୍ଚିବା ପରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଥିଲା । ଯଥାଶୀଘ୍ର ସରକାର ଶିକ୍ଷୟତ୍ରୀ ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ନକଲେ ଆନ୍ଦୋଳନ ତ୍ରୀବ ହେବ ବୋଲି ଏବିଭିପି ପକ୍ଷରୁ ଚେତାବନୀ ଦିଆଯାଇଛି। ଅନୁଷ୍ଠିତ ପ୍ରତିବାଦ କାର୍ଯ୍ୟକ୍ରମରେ ଅନେକ ଛାତ୍ରଛାତ୍ରୀ ଓ ପରିଷଦ କର୍ମକର୍ତ୍ତା ସାମିଲ ହୋଇଥିଲେ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ABOUT THE AUTHOR

...view details