ଓଡିଶା

odisha

କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ଆମ୍ବେଦକର ଜୟନ୍ତୀ ପାଳିତ

By

Published : Apr 14, 2022, 3:56 PM IST

କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ବାବାସାହେବ ଆମ୍ବେଦକର ଜୟନ୍ତୀ ପାଳିତ । ଅଧିକ ପଢନ୍ତୁ

କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ଆମ୍ବେଦକର ଜୟନ୍ତୀ ପାଳିତ
କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ଆମ୍ବେଦକର ଜୟନ୍ତୀ ପାଳିତ

ଭାବାନୀପାଟଣା:ଆଜି ଭାରତର ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଭବାନୀପାଟଣା ଠାରେ ଭାରତରତ୍ନ ଆମ୍ବେଦକରଙ୍କ ୧୩୧ତମ ଜୟନ୍ତୀ ପାଳିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏହାକୁ ପାଳନ କରାଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ବିଭିନ୍ନ ସଂଗଠନ, ପ୍ରଶାସନିକ ଅଧିକାରୀ ଓ ରାଜନେତା ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ଆମ୍ବେଦକର ଜୟନ୍ତୀ ପାଳିତ

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଳାହାଣ୍ଡି ଜିଲ୍ଲାପାଳ ଗଭାଳି ପରଗ ହର୍ଷଦଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରବଣ ବିବେକ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ସୋମେଶ ଉପାଧ୍ୟକ୍ଷ, ପୌର ଅଧ୍ୟକ୍ଷା ସଂଯୁକ୍ତା ବେହେରା ପ୍ରମୁଖ ଯୋଗ ଦେଇଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡ଼ଃ ଭୀମ ରାଓ ଆମ୍ବେଦକରଙ୍କ ଜୀବନଚର୍ଯ୍ୟାକୁ ନେଇ ଆଲୋଚନା କରଯାଇଥିଲା । ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ହୋଇଥିବା ବକୃତା ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଏଥିରେ ଅନେକ ଶିକ୍ଷାବିତ୍ ରାଜନେତା, ସମାଜସେବୀ ଓ ଛାତ୍ରଛାତ୍ରୀ ମଧ୍ୟ ସାମିଲ ହୋଇଥିଲେ ।

କଳାହାଣ୍ଡିରୁ ଅଜିତ୍ କୁମାର ସିଂ, ଇଟିଭି ଭାରତ

ABOUT THE AUTHOR

...view details