ଓଡିଶା

odisha

By

Published : Nov 24, 2020, 9:07 PM IST

ETV Bharat / state

କଳାହାଣ୍ଡିରେ ପୁଣି ୧୪ କରୋନା ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡିରେ ପୁଣି ୧୪ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଛି। ଏହାସହ ନବରଙ୍ଗପୁର ଜିଲ୍ଲାରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାରରୁ ଅଧିକ ହୋଇଛି । ଅଧିକ ପଢ଼ନ୍ତୁ...

କଳାହାଣ୍ଡିରେ ପୁଣି ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
କଳାହାଣ୍ଡିରେ ପୁଣି ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାର ନାଁ ଧରୁନି। ସ୍ଥାନୀୟ ଅଞ୍ଚଳରେ କୋରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି(ମଙ୍ଗଳବାର) କଳାହାଣ୍ଡିରେ ପୁଣି ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଛି।

କଳାହାଣ୍ଡିରେ ପୁଣି ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଏହାସହ କଳାହାଣ୍ଡି ଜିଲ୍ଲାରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାରରୁ ଅଧିକ ହୋଇଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଏହାସହ ୨ ହଜାର ୮୭୦ ଜଣ କୋରୋନା ସଂକ୍ରମିତ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ କିମ୍ବା ହୋମ ଆଇସୋଲେସନ ରେ ଚିକିତ୍ସାଧୀନ ରହିଛନ୍ତି। ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି । କଳାହାଣ୍ଡି ଜିଲ୍ଲାରେ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। କୋରୋନା ଭାଇରସକୁ ନେଇ ସଚେତନ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ABOUT THE AUTHOR

...view details