ଭବାନୀପାଟଣା:କଳାହାଣ୍ଡି ମହାଲିଙ୍ଗ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣା । ସିବିଆଇ ତଦନ୍ତ ଦାବିରେ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ କଳାହାଣ୍ଡି SPଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି । ଏହାସହିତ ଏସପିଙ୍କ ଅଫିସକୁ ବିଜେପି ଅଣ୍ଡା ମାଡ଼ କରିଥିବା ମଧ୍ୟ ଦେଖିବାକୁ ମିଳିଛି ।
ଶିକ୍ଷୟିତ୍ରୀ ନିଖୋଜ ଘଟଣାରେ ମନ୍ତ୍ରୀଙ୍କ ଭୂମିକା ନେଇ ଆଜି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା କର୍ମୀ ପାର୍ଟି ଅଫିସରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରିଥିଲା । ଏହାପରେ SPଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବା ସହ SPଙ୍କ ଅଫିସ ଉପରକୁ ଅଣ୍ଡା ମାଡ଼ କରିଯାଇଥିଲା । ତୁରନ୍ତ ମନ୍ତ୍ରୀଙ୍କୁ ବହିଷ୍କାର କରାଯିବା ନେଇ ବିଜେପି ଯୁବ ମୋର୍ଚ୍ଚା ମଧ୍ୟ ଦାବି କରିଛି ।