ଓଡିଶା

odisha

By

Published : Jun 26, 2021, 7:44 AM IST

ETV Bharat / state

ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମହାମାରୀ କାଳରେ ଦୂର ହେବ ଅକ୍ସିଜେନ ସଙ୍କଟ । ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

Chief Minister laid the foundation stone of the oxygen plant in kalahandi
ଅକ୍ସିଜେନ ପ୍ଲାଣ୍ଟର ଭିର୍ତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । ମହାମାରୀ ସମୟରେ ସ୍ବାସ୍ଥ୍ୟସେବାକୁ ଗୁରୁତ୍ବ ଦେଇ ରାଜ୍ୟର ସ୍ବାସ୍ଥ୍ୟ କ୍ଷେତ୍ରରେ ଭିତ୍ତିଭୂମି ସୁଦୃଢ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର।

ଅକ୍ସିଜେନ ପ୍ଲାଣ୍ଟର ଭିର୍ତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି ଭଳି ଏକ ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ ପାଇଁ ହୋଇଥିଲା ଘୋଷଣା । ଏନେଇ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ରାଜ୍ୟ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଜିଲ୍ଲାପାଳଙ୍କ ସମେତ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ, ଧର୍ମଗଡ଼ ବିଧାୟକ ମୌଷଧି ବାଗ ଏବଂ ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଅନ୍ୟ ପକ୍ଷରେ ମହାମାରୀର ତୃତୀୟ ଲହର ଆସିବାର ଆଶଙ୍କା ରହିଥିବାରୁ ପୂର୍ବ ପ୍ରସ୍ତୁତିକୁ ଜୋରଦାର କରିଛି ଜିଲ୍ଲା ପ୍ରଶାସନ।

କଳାହାଣ୍ତିରୁ ଅଜିତ ସିଂ, ଇଟିଭି ଭାରତ

ABOUT THE AUTHOR

...view details