ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ରାଜନୀତି ଥମିବାର ନାଁ ନେଉନାହିଁ । ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ସହ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ ରହିଥିବାରୁ ତଦନ୍ତ ବାଟବଣା ହେଉଥିବା ଅଭିଯୋଗରେ ବିରୋଧୀ ମନ୍ତ୍ରୀଙ୍କ ବହିଷ୍କାର ଦାବି କରିଛି ।
Mamita Murder Case: ମୁଖ୍ୟମନ୍ତ୍ରୀ ଓ 5T ସଚିବଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ - ମମିତା ଘଟଣାରେ କଳାହାଣ୍ଡି କଂଗ୍ରେସ ବିକ୍ଷୋଭ
ମମିତା ମେହେର ମୃତ୍ୟୁ ଘଟଣାରେ ଆଜି(ଶନିବାର) କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ଭବାନୀପାଟଣା ଗାନ୍ଧୀଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଅଧିକ ପଢନ୍ତୁ
ବିରୋଧୀଙ୍କ ଆନ୍ଦୋଳନ ଏବେ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଜାରି ରହିଥିବା ବେଳେ ବିଧାନସଭାରେ ବିରୋଧୀଙ୍କ ହୋହାଲା ମଧ୍ୟ ଦେଖିବାକୁ ମିଳିଥିଲା ।
ଆଜି(ଶନିବାର) କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ଭବାନୀପାଟଣା ଗାନ୍ଧୀଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କଂଗ୍ରେସ ଭବନ ଠାରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ପରେ ଗାନ୍ଧୀଛକ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, 5T ସଚିବ ଭି.କେ ପଣ୍ଡିଆନଙ୍କ କୁଶପୁତ୍ତଳିକା ଦାହ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।
କାଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ