ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଭବାନୀପାଟଣା ସହରରେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ବୃଦ୍ଧିକୁ ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ସାଜିଛି । ଗୁରୁବାର ଜିଲ୍ଲାରୁ ପୁଣି 58 ନୂତନ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି ।
କଳାହାଣ୍ଡିରେ ବଢୁଛି କୋରୋନା ସଂକ୍ରମଣ, ଛାନିଆଁ ପ୍ରଶାସନ ଗୁରୁବାର କୋରୋନା ଚିହ୍ନଟ ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୦କୁ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୯୧ ଜଣ ସୁସ୍ଥ ହୋଇଛନ୍ତି ଓ ୮୭୯ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସିତ ହେଉଛନ୍ତି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ