ଭବାନୀପାଟଣା : କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି କୋରୋନାର ଦ୍ୱିତୀୟ ଲହର । ସ୍ଥାନୀୟ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଳଟିଲାଣି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ଅଛନ୍ତି ।
ରବିବାର ଜିଲ୍ଲାରେ ପୁଣି ୬୭ ଜଣ ନୁଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ଭବାନୀପାଟଣାରେ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣା ପଡିଛି । ସେପଟେ ସମସ୍ତ ଆକ୍ରାନ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । ସମସ୍ତ ଆକ୍ରାନ୍ତ ବ୍ୟକ୍ତି କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି ।