ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୂଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।
ଶୁକ୍ରବାର ଜିଲ୍ଲାରେ ପୁଣି ୪୨ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨୫ କୁ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୧୧୧୩ ଜଣ ସୁସ୍ଥ ହୋଇଛନ୍ତି ଓ ୫୧୨ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।