ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଶେଷ କରି ଭବାନୀପାଟଣା ସହରରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଯାହାକୁ ନେଇ ଗୋଷ୍ଠୀ ସଂକ୍ରମଣ ହୋଇଥିବା ବୃଦ୍ଧିଜୀବୀ କହୁଥିବାବେଳେ ଏହା ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି ।
ତେବେ ବୁଧବାର ଜିଲ୍ଲାରେ ପୁଣି 64 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 2921କୁ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ 2091 ଜଣ ସୁସ୍ଥ ହୋଇଛନ୍ତି । 821ଟି ସକ୍ରିୟ ମାମଲା ରହିଛି ।