ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସନ୍ଦେହଜନକ ଅବସ୍ଥାରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ ହେଉଛନ୍ତି ଆରତୀ ଦଣ୍ଡସେନା । ସେ ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଆରତୀ ପୁରୁଣାଗୁମା ଡାକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ । ସ୍ଥାନୀୟ ଅଞ୍ଚଳରେ ସେ ଏକ ଭଡ଼ାଘରେ ରହୁଥିଲେ ।
ଯୁବତୀଙ୍କର ସନ୍ଦେହଜନକ ମୃତ୍ୟୁ, ଝୁଲନ୍ତା ମୃତଦେହ ଉଦ୍ଧାର - କଳାହାଣ୍ଡିରେ ଯୁବତୀଙ୍କର ମୃତଦେହ ଉଦ୍ଧାର
କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର । ମୃତ ଯୁବତୀ ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ବେଳେ ସେ ପୁରୁଣାଗୁଣା ଡାକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ । ଅଧିକ ପଢ଼ନ୍ତୁ
ଯୁବତୀଙ୍କର ସନ୍ଦେହ ଜନକ ମୃତ୍ୟୁ, ଝୁଲନ୍ତା ମୃତଦେହ ଉଦ୍ଧାର
ତେବେ ଆଜି(ସୋମବାର) ଉକ୍ତ ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ୍ୟୁର କାରଣ ଜଣା ପଡ଼ିନଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ସ୍ପଷ୍ଟ ହେବ ।
ଇଟିଭି ଭାରତ, କଳାହାଣ୍ଡି